Monday , March 20 2023
Breaking News
Home / ସ୍ୱାସ୍ଥ୍ୟ / ୧୧୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ,ମୃତ୍ୟୁ ନାହିଁ

୧୧୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ,ମୃତ୍ୟୁ ନାହିଁ

ଭୁବନେଶ୍ୱର, ୩୧/୦୧/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ନେଇ କୌଣସି ସୂଚନା ମିଳିନଥିବାବେଳେ ଆଉ ୧୧୪ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୦୭୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୪୬ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ୍ ପୁଲ୍ରୁ ୨ଜଣ ରହିଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୦୭୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୧୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୧୫୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୧୯୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ୧୯୦୬ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୭୭୦୯୬୦୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.