Monday , March 20 2023
Breaking News
Home / ସ୍ୱାସ୍ଥ୍ୟ / ଆଉ ୭୯ ଜଣ ନୂଆ କରୋନା ସଙ୍କ୍ରମିତ ଚିହ୍ନଟ

ଆଉ ୭୯ ଜଣ ନୂଆ କରୋନା ସଙ୍କ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୧/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ୨୪ ଘଣ୍ଟା ମଧ୍ୟରେ କୌଣସି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ମିଳିନଥିବାବେଳେ ଗତ ୨୪ ଘଂଟା ମଧ୍ୟରେ ରେ ଆଉ ୭୯ ଜଣ ନୂଆ କରୋନା ସଙ୍କ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ , ସ୍ଥାନୀୟ ଅଂଚଳରୁ ୩୨ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୧୫୧କୁ ବୃଦ୍ଧି ପାଇଛି। ୧୯ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪। ଅନୁଗୁଳରୁ ୪, ବାଲେଶ୍ୱର ୭, ବରଗଡ ୫, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୪, ଗଜପତି ୨, ଯାଜପୁର ୪, ଝାରସୁଗୁଡା ୩, କଳାହାଣ୍ଡି ୧, କେନ୍ଦ୍ରାପଡା ୧, ମୟୁରଭଞ୍ଜ ୨, ନୂଆପଡା ୩, ପୁରୀ ୪, ରାୟଗଡା ୧, ସମ୍ବଲପୁର ୪, ସୋନପୁର ୪, ସୁନ୍ଦରଗଡ ୧୦, ଷ୍ଟେଟ ପୁଲରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୧୫୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥି ମଧ୍ୟରୁ ୩,୩୨,୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୬ ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୧,୦୮୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୭୭୩୧୭୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.