ଭୁବନେଶ୍ୱର, ୦୨/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେହି କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇନଥିବାବେଳେ ଆଉ ୬୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି । ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ପାଇଛି । ନୂଆ ସଂଙ୍କ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୩ ଜଣ, ବରଗଡ଼ରୁ ୭ ଜଣ, କଟକରୁ ୩ ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, ଜଗତ୍ସିଂହପୁରରୁ ଜଣେ, ଯାଜପୁରରୁ ଜଣେ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୮ ଜଣ, ମୟୂରଭଞ୍ଜରୁ ୨ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ୍ପୁଲ୍ରୁ ୨ ଜଣ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୨୨୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୦୬ ଜଣ କରୋନା ସଙ୍କ୍ରମିତ ଙ୍କର ମୃତ୍ୟୁ ହୋଇଥିବାବେଳେ ୫୩୪ ଜଣ କରୋନା ସଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ବର୍ତନାନ ଆଉ ୧୦୧୩ ଜଣ ସକ୍ରିୟ ସଙ୍କ୍ରମିତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୭୫୧୪୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର