କେନ୍ଦ୍ରାପଡା, ୯/୦୨/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଂଚାୟତର ରାମ ମନ୍ଦିର ନିକଟରେ ଏକ ଥଣ୍ଡା ପାନୀୟ ଜଳ ବ୍ୟବସ୍ଥା ଉଦଘାଟିତ ହୋଇଯାଇଛି । ପଂଚାୟତ ସରପଂଚ ପ୍ରଦୁ୍ୟମ୍ନ କୁମାର ଜେନା ଏହି ପ୍ରକଳ୍ପର ଉଦଘାଟନ କରିଛନ୍ତି । ୮୦ହଜାର ଟଙ୍କା ବ୍ୟୟ ଅଟ୍ଟକଳରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଥିବା ସରପଂଚ ଶ୍ରୀ ଜେନା ସୂଚନା ଦେଇଛନ୍ତି । ଏହାଦ୍ୱାରା ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ ଓ ଭକ୍ତମାନେ ଖରାଦିନେ ଶୁଦ୍ଧ ତଥା ଥଣ୍ଡା ପାନୀୟ ଜଳ ବ୍ୟବହାର କରିପାରିବେ । ଓଡ଼ିଶା ସମାଚାର