କେନ୍ଦ୍ରାପଡା, ୯/୦୨/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ପୈାରାଂଚଳ ଅନ୍ତର୍ଗତ ନସଡିପୁର ଗ୍ରାମର ଅବସରପ୍ରାପ୍ତ ପୋଷ୍ଟମାଷ୍ଟର ବସନ୍ତ କୁମାର ଦାସଙ୍କ ୮୦ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଯାଇଛି । ସେ ଜଣେ ମେଳାପି, ବନ୍ଧୁବତ୍ସଳ ଓ ପରୋପକାରୀ ବ୍ୟକ୍ତିଥିଲେ । ତାଙ୍କ ବିୟୋଗରେ ସ୍ଥାନୀୟ ଅଂଚଳରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ବିୟୋଗରେ ବିଧାୟକ ଶଶୀଭୂଷଣ ବେହେରା, ପୂର୍ବତନ ବିଧାୟିକା ଡଃ. ସିପ୍ରା ମଲ୍ଲିକ, ପ୍ରାକ୍ତନ ବିଧାୟକ କିଶୋର ଚନ୍ଦ୍ର ତରାଇ, ପୂର୍ବତନ ନଗରପାଳ ଧିରେନ ସାହୁ, ସରକାରୀ ଓକିଲ ସଞ୍ଜୟ କୁମାର ଜେନା, ଆଇନଜୀବି ପ୍ରଦୀପ କୁମାର ଦାଶ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିବା ସହ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ସ୍ୱର୍ଗତ ଦାସଙ୍କ ଏକମାତ୍ର ପୁତ୍ର ଜ୍ୟୋତିର୍ମୟ ଦାସ ମୁଖାଗ୍ନି ଦେଇଛନ୍ତି । ଓଡ଼ିଶା ସମାଚାର
Check Also
ମାଓବାଦୀ ଅଶୋକ ପୁନେଙ୍କ ଆତ୍ମସମର୍ପଣ
ଫୁଲବାଣୀ ୨୨/୦୫/୨୦୨୨( ଓଡ଼ିଶା ସମାଚାର )- ମାଓବାଦୀ ଅଶୋକ ପୁନେଙ୍କ ଆତ୍ମସମର୍ପଣ । କନ୍ଧମାଳ ଏସ୍ପି ଭିନୀତ ଅଗ୍ରଓ୍ୱାଲଙ୍କ ନିକଟରେ …