Tuesday , March 28 2023
Breaking News
Home / ସ୍ୱାସ୍ଥ୍ୟ / ଆଉ ୯୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଉ ୯୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୦/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୯୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୮୮୯ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୮୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୩୧୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୭୮୭ ଜଣ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୭୯୩୦୭୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.