ଭୁବନେଶ୍ୱର, ୧୫/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୨୬୨ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୨୬୨ଜଣ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୩୫୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୭୪୪ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଓଡ଼ିଶା ସମାଚାର