Thursday , March 23 2023
Home / ସ୍ୱାସ୍ଥ୍ୟ / ଆଉ ୬୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଆଉ ୬୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୬/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୦ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୩୨୨ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୩୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୩୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୭୨୦ ଜଣ ସକ୍ରୀୟ ସଂଙ୍କ୍ରମିତ ଚିକିତ୍ସାଧିନ ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୮୦୬୧୧୪୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.