Tuesday , March 21 2023
Breaking News
Home / ବିଶେଷ / ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ଅଭିଯୋଗ

ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟ୍ ଅଭିଯୋଗ

 ବାଲିଗୁଡା,୧୭/୦୨/୨୧.(ଓଡିଶା ସମାଚାର /ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ମେଡ଼ିକାଲ୍ ରାସ୍ତାରେ ଥିବା ଏକ ସୁନା ଦୋକାନରୁ ଲକ୍ଷାଧିକ ଟଙ୍କାର ଗହଣା ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ଦୋକାନ ମାଲିକ ସୁଶାନ୍ତ ମହାପାତ୍ର ସକାଳୁ ଦୋକାନ ଖୋଲିବା ପରେ କିଛି କ୍ଷଣ ପାଇଁ ବାହାରକୁ ଯାଇଥିବା ବେଳେ ଏହାର ସୁଯୋଗ ନେଇ କେହି ଦୁର୍ବୃତ୍ତ ଦୋକାନ ସୋ କେସ୍‌ ର ତାଲାଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ କରିଥିବା ନେଇ ଅଭିଯୋଗ ହୋଇଛି। ଏନେଇ ଥାନାରେ ଅଭିଯୋଗ ପରେ ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି। ଓଡ଼ିଶା ସମାଚାର

Leave a Reply

Your email address will not be published.