Sunday , March 26 2023
Breaking News
Home / ସ୍ୱାସ୍ଥ୍ୟ / ଆଉ ୬୩ ଜଣ ନୂତନକରୋନା ସଂଙ୍କ୍ରମିତ ଚିହ୍ନଟ

ଆଉ ୬୩ ଜଣ ନୂତନକରୋନା ସଂଙ୍କ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୮/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୩ ଜଣ ନୂତନକରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା । ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜମ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜମେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୪ଜମ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦ଜଣ, ଷ୍ଟେଟ ପୁଲ୍ରୁ ଜଣେ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୪୬୦ରେ ପହଞ୍ଚିଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୪୬୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୩୭୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୭୦୬ ଜଣ ସକ୍ରୀୟ ସଂଙ୍କ୍ରମିତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୮୧୦୦୭୪୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.