Tuesday , March 28 2023
Home / ସ୍ୱାସ୍ଥ୍ୟ / ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ , ଆଉ ୫୩ ଜଣ ନୂତନ ସଂକ୍ରମିତ ଚିହ୍ନଟ

ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ , ଆଉ ୫୩ ଜଣ ନୂତନ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୧୯/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୪କୁ ବୃଦ୍ଧି ପାଇଛି । ମୃତକ ଜଣଙ୍କ ଭୁବନେଶ୍ୱରର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୩ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୫୧୩ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୫୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ୩୩୩୮୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୬୫୮ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୮୧୨୩୨୩୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.