ଭୁବନେଶ୍ୱର, ୨୧/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ସ୍ଥାନୀୟ ଅଂଚଳରୁ ୨୪ ଜଣ ଅଛନ୍ତି। ସୁନ୍ଦରଗଡ ଓ ସମ୍ବଲପୁରରୁ ସର୍ବାଧିକ ୭ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଓ ମୟୁରଭଞ୍ଜରୁ ୫ ଜଣ ଲେଖାଏଁ, କଟକ ଓ ଯାଜପୁରରୁ ୪ ଜଣ ଲେଖାଏଁ, ବରଗଡ, ଝାରସୁଗୁଡା ଓ ନୂଆପଡ଼ାରୁ ୩ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଦେଓଗଡ଼ ଓ ପୁରୀରୁ ୨ ଜଣ ଲେଖାଏଁ ଏବଂ ଖୋର୍ଦ୍ଧା, ନୟାଗଡ଼ ଓ ସୋନପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୩୬ ହଜାର ୬୩୬ରେ ପହଞ୍ଚିଛି। ଇତି ମଧ୍ୟରେ ୩ ଲକ୍ଷ ୩୪ ହଜାର ୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୯୧୪ ଜଣ କରୋନା ରେ ମୃତ୍ୟୁ ବରଣ କରିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଜି କରୋନା ରେ କାହାରି ମୃତ୍ୟୁ ହୋଇନାହିଁ । ଆଉ ୬୧୬ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୮୧୬୭୭୭୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର