Monday , March 20 2023
Breaking News
Home / ସ୍ୱାସ୍ଥ୍ୟ / ୬୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

୬୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ୨୪/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୮୩୫ରେ ପହଞ୍ଚିଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୮୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୪୨୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୬୨୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୮୨୩୦୪୪୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.