Sunday , April 2 2023
Breaking News
Home / ସ୍ୱାସ୍ଥ୍ୟ / ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ – ୮୯ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ

ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ – ୮୯ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୫/୦୨/୨୦୨୧ (ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ବଲାଙ୍ଗୀର ଜିଲ୍ଲାର ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୫କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଉ ୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଂଚଳରୁ ୩୬ ଜଣ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ସର୍ବାଧିକ ୧୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ୨, ବାଲେଶ୍ୱର ୯, ବରଗଡ ୬, ବଲାଙ୍ଗୀର ୬, ବୌଦ୍ଧ ୧, କଟକ ୪, ଦେଓଗଡ ୪, ଯାଜପୁର ୫, ଝାରସୁଗୁଡା ୪, କଳାହାଣ୍ଡି ୧, କେନ୍ଦ୍ରାପଡା ୧, ଖୋର୍ଦ୍ଧା ୯, ମାଲକାନଗିରି ୧, ମୟୁରଭଞ୍ଜ ୩, ନବରଙ୍ଗପୁର ୧, ପୁରୀ ୪ , ସୋନପୁର ୫, ସୁନ୍ଦରଗଡ ୮,ଷ୍ଟେଟପୁଲରୁ ୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୩,୩୬,୯୨୪କୁ ବୃଦ୍ଧି ପାଇଛି। ୩,୩୪,୩୩୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୧୫ କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ଆଉ ୬୨୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଓଡ଼ିଶା ସମାଚାର

Leave a Reply

Your email address will not be published.