Monday , March 20 2023
Breaking News
Home / ତାଜା ଖବର / କେନ୍ଦ୍ରାପଡ଼ାରେ ଇସ୍ପାତ କାରଖାନା ପାଇଁ ବୁଝାମଣା ସ୍ୱାକ୍ଷରିତ

କେନ୍ଦ୍ରାପଡ଼ାରେ ଇସ୍ପାତ କାରଖାନା ପାଇଁ ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର, ୦୪/୦୩/୨୦୨୧(ଓଡ଼ିଶା ସମାଚାର)- ଆଜି ଓଡ଼ିଶା ସରକାର ଏବଂ ଆର୍ସେଲର ମିତଲ ନିପ୍ପନ ଲିଃ ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଏକ ସମନ୍ୱିତ ଇସ୍ପାତ୍ କାରଖାନା ନିର୍ମାଣ ନିମନ୍ତେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହି ପ୍ରକଳ୍ପରେ ପ୍ରାୟ ୫୦ ହଜାରକୋଟି ଟଙ୍କା ବିନିଯୋଗ ହେବ । ଆର୍ସେଲର ମିତଲ ନିପ୍ପନ ଷ୍ଟିଲ୍ ବିଶ୍ୱର ଅନ୍ୟତମ ବୃହତମ ଇସ୍ପାତ ନିର୍ମାଣକାରୀ ସଂସ୍ଥା ଏବଂ ଏଲ୍ ଏନମିତଲ ଗ୍ରୁପ୍ ର ଆର୍ଥôକ ଦୃଢ଼ତା ଓ ଜାପାନ କମ୍ପାନୀ ନିନ୍ତ୍ରନ ଷ୍ଟିଲର ଉଚ୍ଚବୈଷୟିକ ଶକ୍ତି ଦ୍ୱାରା ଇସ୍ପାତ ନିର୍ମାଣ କ୍ଷେତ୍ରରେ ପାରଦର୍ଶିତା ପାଇଁ ସାରା ବିଶ୍ୱରେ ତା’ର ଉପସ୍ଥିତି ଜାହିର କରିପାରିଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,ମିତଲ ଗ୍ରୁପ୍ ର ଅଧ୍ୟକ୍ଷ ଏଲ.ଏନ୍.ମିତ ଲ , ଇସ୍ପାତ ଓ ଖଣି ଏବଂ ପୂର୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରାପଡ଼ା ଜିଲ୍ଲା ବିଜୁବାବୁଙ୍କର କର୍ମଭୂମି ଥିଲାଏବଂ ସେ ଏହି ଜାଗା ଏବଂଏଠାକାର ଜନସାଧାରଣଙ୍କୁ ହୃଦୟ ରୁ ଭଲ ପାଉଥିଲେ । ସେ କହିଛନ୍ତି ଯେ କେନ୍ଦ୍ରାପଡ଼ାରେ ସମନ୍ୱିତ ଷ୍ଟିଲ୍ କମ୍ପ୍ଲେକ୍ସ ପାଇଁ ପର୍ଯ୍ୟାପ୍ତ ସୁଯୋଗ ରହିଛି ଏବଂ ରାଜ୍ୟ ସରକାର ଏହି ବୃହତ୍ ପ୍ରକଳ୍ପର ପ୍ରତିଷ୍ଠା ପାଇଁ ସମସ୍ତ ଆବଶ୍ୟକୀୟ ସହାୟତା ଓ ସୁବିଧା ଯୋଗାଇ ଦେବେ । ସେ ମଧ୍ୟ କହିଛନ୍ତି ଯେ ଦୂରଦୃଷ୍ଟି ସଂପନ୍ନ ଶିଳ୍ପନୀତି, ସହଜ ପ୍ରକ୍ରିୟା ଏବଂ ସୁଦୃଢ଼ ଭିତିଭୂମିକ ବିକାଶ ଯୋଗୁ ଓଡ଼ିଶା ଆଜି ଦେଶରେ ଶ୍ରେଷ୍ଠ ଆକର୍ଷଣୀୟ ପୁଂଜି ନିବେଶ ଲକ୍ଷ୍ୟସ୍ଥଳ ଭାବେ ସଫଳତାର ସହ ଉଭା ହୋଇଛି । ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ରାପଡ଼ା ଠାରେ ଏକ ସମନ୍ୱିତ ଷ୍ଟିଲ କମ୍ପ୍ଲେକ୍ସ ପ୍ରତିଷ୍ଠା କରି ବହୁତ ଆନନ୍ଦିତ ବୋଲି ଉଲ୍ଲେଖ କରି ଶ୍ରୀ ମିତଲ କହିଛନ୍ତି ଯେ ଓଡ଼ିଶାରେ ଆର୍ସେଲର ମିତଲ ନିପ୍ପନ ଷ୍ଟିଲ୍ ର ପାରାଦୀପ ଠାରେ ଥିବା ୬ ଏମଟିପିଏ କ୍ଷମତା ବିଶିଷ୍ଟ ପେଲେଟାଇଜେସନ୍ ପ୍ଲାନ୍ଟ ସହିତ ଏହାର କ୍ଷମତା ୧୨ ଏମଟିପିଏକୁ ବୃଦ୍ଧି ପାଇବ ଏବଂ କେଉଁଝର ଠାରେ ଥିବା ଲାଭକାରୀ କମ୍ପ୍ଲେକ୍ସ ଏବଂ ସ୍ଲରିପାଇପଲାଇନ୍ ପୂର୍ବରୁ କାର୍ଯ୍ୟକ୍ଷମ ଅଛି । ସେ ପୁଣି କହିଛନ୍ତି ଯେ ଓଡ଼ିଶାର ସରକାରଙ୍କ ତ୍ୱରିତ କାର୍ଯ୍ୟ ପ୍ରଣାଳିରେ ସେ ବହୁତ ଆନନ୍ଦିତ, ଯାହା ତାଙ୍କର ବିଶ୍ୱବ୍ୟାପୀ ଅଭିଜ୍ଞତା ଆଧାରରେ ସର୍ବଶ୍ରେଷ୍ଠ । ଆର୍ସେଲର ମିତଲନିପ୍ପନ ଷ୍ଟିଲ୍ ଓଡ଼ିଶା ସରକାରଙ୍କ ସହଯୋଗରେ ରାଜ୍ୟର ଶିଳ୍ପବିକାଶ ପାଇଁ ପ୍ରତିବଦ୍ଧ ବୋଲି ସେ ଦୋହରାଇଛନ୍ତି । ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା ଏବଂ ଆର୍ସେଲର ମିତଲନିନ୍ତ୍ରନ ଷ୍ଟିଲ୍, ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଦିଲ୍ଲୀପ ଓମେନ୍ ଙ୍କ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ । ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ଉପଦେଷ୍ଟା, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-‘ଟି’) ଏବଂ ରାଜ୍ୟ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେଏହି ଅବସରରେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.