କେନ୍ଦ୍ରାପଡା, ୧୦/୦୩/୨୦୨୧(ଓଡ଼ିଶା ସମାଚାର)- ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଟାଉନ ଥାନା ଅଂଚଳର ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ ୫୦ଲିଟର ଚୋରା ଦେଶୀମଦ ଜବତ କରାଯାଇଥିବା ସୂଚନା ମିଳିଛି । ଜିଲ୍ଲା ଅବକାରୀ ବିଭାଗ ଅଧିକ୍ଷକ ରଜତ କୁମାର ପ୍ରହରାଜଙ୍କ ନିର୍ଦେଶକ୍ରମେ ଅବକାରୀ ସବଇନିସପେକ୍ଟର ସରୋଜ କୁମାର ବାଗ କେନ୍ଦ୍ରାପଡା ଟାଉନ ଥାନା ଅନ୍ତର୍ଗତ ମଢିଆଳ, ମାଧପୁର ଓ ବଳଗଣ୍ଡି ଗ୍ରାମରେ ଚଢାଉ କରି ସୁବାଷ ମଣ୍ଡଳ, ଅଜୟ ପଣ୍ଡା ଓ କଳ୍ପନା ସାହୁଙ୍କ ଠାରୁ ଯଥାକ୍ରମେ ୧୦ଲିଟର, ୨୦ଲିଟର ଓ ୨୦ଲିଟର ଚୋରା ଦେଶୀମଦ ଜବତ କରାଯିବା ସହିତ ୩ଜଣ ଚୋରାମଦ ବେପାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ଅବକାରୀ ସବଇନିସପେକ୍ଟର ଶ୍ରୀ ବାଗ ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର
Check Also
ଗୁଳିମାଡ କରି ଗୋରୁ ବ୍ୟବସାୟୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ, ଗୋରୁ ବ୍ୟବସାୟୀଙ୍କ ମୃତ୍ୟୁ
ମୟୂରଭଞ୍ଜ ୨୫/୦୫/୨୦୨୨( ଓଡ଼ିଶା ସମାଚାର )- ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବ୍ଲକ ଗ୍ରାମାଞ୍ଚଳ ଥାନା ହାଟବାଦଡାରେ ସକାଳ ପ୍ରାୟ ୭ଟାରେ …