Saturday , May 21 2022
Home / ବିଶେଷ / ବାଲିଗୁଡା: ସିଆରଏଫ ତରଫରୁ ରକ୍ତଦାନ ଶିବିର ଆୟୋଜିତ : ୩୦ ୟୁନିଟ ସଂଗୃହିତ

ବାଲିଗୁଡା: ସିଆରଏଫ ତରଫରୁ ରକ୍ତଦାନ ଶିବିର ଆୟୋଜିତ : ୩୦ ୟୁନିଟ ସଂଗୃହିତ

ବାଲିଗୁଡା, ୧୭/୦୩/୨୦୨୧.(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ):  କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ) ର ୮୨ତମ ବାର୍ଷିକ ଉତ୍ସବ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଥିବା  ୧୨୭ ବାଟାଲିୟନର କମାଡେଣ୍ଟ ଆନନ୍ଦ ଝା ଏବଂ ସେକେଣ୍ଡ କମାଡେଣ୍ଟ ସୁଖବୀର ସିଂ ଓ ଆସିଷ୍ଟାଣ୍ଟ କମାଡେଣ୍ଟ ସୋମଜୀତ ଭକତ ପ୍ରମୁଖଙ୍କ ନେତୃତ୍ୱରେ ସିଆରପିଏଫ କ୍ୟାମ୍ପ ପରିସରରେ ଏକ ରକ୍ତଦାନ ଶିବିର ର ଆୟୋଜନ ହୋଇଥିଲା । ଏଥିରେ ୩୦ ୟୁନିଟ ରକ୍ତ ସଂଗୃହିତ ହୋଇଥିବା ବେଳେ ଏହି ଅଭିଯାନରେ ୧୨୭ ବାଟାଲିୟନର ସମସ୍ତ ଜବାନ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି କାର୍ଯ୍ୟକ୍ରମରେ  କାମାଡେଣ୍ଟ ଗଣ ଉପସ୍ଥିତ ରହି ରକ୍ତଦାନ ଦାନ ଏକ ମହତ ଦାନ  ବୋଲି ନିଜ ବକ୍ତବ୍ୟରେ କହିବା ସହ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ପରିଶେଷରେ ମୁଖ୍ୟ ଅତିଥି ଆନନ୍ଦ ଝା ଜନସାଧାରଣଙ୍କୁ ସିଆରପିଏଫ ଏବଂ ଜନସାଧରଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନ ପାଇଁ ଅନୁରୋଧ କରିବା ସହ ଆଗାମୀ ଦିନରେ ଏହି ଭଳି କାର୍ଯ୍ୟକ୍ରମ ଜାରୀ ରହିବ ବୋଲି ଶ୍ରୀ ଝା ପ୍ରକାଶ କରିଥିଲେ । ଓଡିଶା ସମାଚାର

About admin

Check Also

ବର୍ଷା ଦିନ ପୂର୍ବରୁ ଚିତ୍ରୋତ୍ପଳା ନଦୀରେ ପଥର ପ୍ୟାକିଙ୍ଗ ଓ ବୁରୁଜ ନିର୍ମାଣ ସରିବା ନେଇ ଆଶଙ୍କା 

ଗରଦପୁର, ୨୦/୦୫/୨୦୨୨( ଓଡ଼ିଶା ସମାଚାର )-ପାଟକୁରା ନିକଟରେ ଚିତ୍ରୋତ୍ପଳା ଦକ୍ଷିଣ ପାଶ୍ୱର୍ ନଦୀ ତୀରରେ ୪କୋଟି ୮୦ ଲକ୍ଷ ଟଙ୍କା …

Leave a Reply

Your email address will not be published. Required fields are marked *