Saturday , April 1 2023
Breaking News
Home / ସ୍ୱାସ୍ଥ୍ୟ / ରାଜ୍ୟରେ ବଢ଼ି ବଢ଼ି ଚାଲିଲା କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା : ୧୪୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ବଢ଼ି ବଢ଼ି ଚାଲିଲା କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା : ୧୪୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୨/୦୩/୨୦୨୧(ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୪୬ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  ।  ଚିହ୍ନଟଙ୍କ  ମଧ୍ୟରୁ ୮୭ ଜଣ ସଙ୍ଗରୋଧ କେନ୍ଦ୍ରରେ ରେ ରହିଥିବା ବେଳେ ୫୯ ଜଣ ସ୍ଥାନୀୟ ବାସିନ୍ଦା   ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ୍ ପୁଲ୍ରୁ ୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୯୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୮୯୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୩୬୧୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮୬୭ ଜଣ ସକ୍ରିୟ ଚିକିତ୍ସାଧିନ  ଅଛନ୍ତି । ବର୍ତମାନ ସୁଦ୍ଧା ରାଜ୍ୟରେ ୮୮୧୪୧୫୯ ସାମ୍ପୁଲ ଟେଷ୍ଟ୍ ହୋଇଛି।ଓଡ଼ିଶା ସମାଚାର

Leave a Reply

Your email address will not be published.