ଭୁବନେଶ୍ୱର, ୨୩/୦୩/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୧୧୩ ଜଣ ନୂତନ କରୋନା ଆକ୍ରାନ୍ତଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୬୭ ଜଣ ସଙ୍ଗହେରୋଧ କେନ୍ଦ୍ରରେ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ୍ ପୁଲ୍ ରୁ ୩ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୦୭୬ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୦୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୩୬୨୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮୯୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ।ମରଟ୍ ୮୮୩୫୫୫୧ ସାମ୍ପୁଲ ଟେଷ୍ଟ୍ ହୋଇଛି। ଓଡ଼ିଶା ସମାଚାର