Monday , March 27 2023
Breaking News
Home / ସ୍ୱାସ୍ଥ୍ୟ / ୨ ଶତକ ଟପିଲା – ୨୧୪ – ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

୨ ଶତକ ଟପିଲା – ୨୧୪ – ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୫/୦୩/୨୦୨୧(ଓଡ଼ିଶା ସମାଚାର)- ଧିରେ ଧିÿରେ କାୟା ବିସ୍ତାର କରିବାରେ ଲାଗିଛି କରୋନା । ୨ ଅଙ୍କରୁ ୩ ଅଙ୍କ , ପୁଣି ୨ ଶତକ ଅତିକ୍ରମ କଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ୨୧୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୬ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୮୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୧୩ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୦ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ,ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ. ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେସ ନୂଆପଡା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭ଜଣ, ଷ୍ଟେଟ୍ ପୁଲ୍ ରୁ ୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୪୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୯୪୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୩୬୩୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୧୧୫୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ରହିଥିବା ବେଳେ ଏବେ ସୁଦ୍ଧା ରାଜ୍ୟରେ ୮୮୯୨୧୦୯ ସାମ୍ପୁଲ ଟେଷ୍ଟ୍ ହୋଇଛି। ଓଡ଼ିଶା ସମାଚାର

Leave a Reply

Your email address will not be published.