ଭୁବନେଶ୍ୱର, ୨୫/୦୩/୨୦୨୧(ଓଡ଼ିଶା ସମାଚାର)- ଆସନ୍ତାକାଲି କୃଷକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଥିବାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ସରକାର ନିଷ୍ପତି ଗ୍ରହଣ କରିଛନ୍ତି । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆସନ୍ତାକାଲି ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ ବିଶ୍ବବିଦ୍ୟାଳୟକୁ ରାଜ୍ୟ ସରକାର ୂଛୁଟି ଘୋଷଣା କରିଛନ୍ତି । ଓନିଶା ସମାଚାର