Thursday , March 23 2023
Home / ସ୍ୱାସ୍ଥ୍ୟ / ୨୦୮ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

୨୦୮ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୯/୦୩/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୦୮ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୩୬ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲରୁ ୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୪୦୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୦୪୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୩୬୬୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୧୭୩୭ ଜଣ ସକ୍ରୀୟ ଚିକିତ୍ସାଧିନ ଅଛନଦ୍ତି । ଆଜି ସୁଦ୍ଧା ରାଜ୍ୟରେ ୯୦୦୧୪୫୦ ସାମ୍ପୁଲ ଟେଷ୍ଟ୍ ହୋଇଛି। ଓଡ଼ିଶା ସମାଚାର

Leave a Reply

Your email address will not be published.