Tuesday , March 21 2023
Breaking News
Home / ସ୍ୱାସ୍ଥ୍ୟ / ରାଜ୍ୟରେ ଆଉ ୨୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୨୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦/୦୩/୨୦୨୧(ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୨୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୯ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୮୯ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୩୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨୯ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬ଜଣ, ଷ୍ଟେଟ୍ ପୁଲ୍ରୁ ୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୬୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୦୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୩୩୬୮୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୧୮୩୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ୯୦୨୩୦୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି। ଓଡ଼ିଶା ସମାଚାର

Leave a Reply

Your email address will not be published.