Tuesday , March 28 2023
Breaking News
Home / ସ୍ୱାସ୍ଥ୍ୟ / କାୟା ମେଲାଉଛି କରୋନା – ୪୬୧ ଜଣ ନୂତନ ସଂଙ୍କ୍ରମିତ ଚିହ୍ନଟ

କାୟା ମେଲାଉଛି କରୋନା – ୪୬୧ ଜଣ ନୂତନ ସଂଙ୍କ୍ରମିତ ଚିହ୍ନଟ

ଭୁବନେଶ୍ୱର, ୦୨/୦୪/୨୦୨୧(ଓଡ଼ିଶା ସମାଚାର)- ଧିରେ ଧିରେ କାୟା ମେଲାଉଛି କରୋନା । ଦୈନିକ ସଂଙ୍କ୍ରମଣ ସଂଖ୍ୟା ଶହେ ତଳେ ଥିବାବେଳେ ଏବେ ୫ ଶହ ଆଡ଼କୁ ଆଗେଇ ଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୮୯ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୬ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୨ଜଣ, ଗଞ୍ଜାମ ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ଜଣ, କନ୍ଧମାଳ ଜିଲ୍ଲାରୁ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୯ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮୬ଜଣ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୨ଜଣ, ଷ୍ଟେଟ୍ ପୁଲ୍ରୁ ୧୫ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୧୭୭୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୧୭୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୭୨୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୯୨୧ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି । ଆଉ ୨୫୮୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ୯୧୦୩୯୪୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.