ଭୁବନେଶ୍ୱର, ୦୪/୦୪/୨୦୨୧(ଓଡ଼ିଶା ସମାଚାର)- କରୋନା ମିଟର ଏବେବି ଉପର ମୁହାଁ । ଦୈନିକ ସଂଙ୍କ୍ରମଣ ସଂଖ୍ୟା ୫ ଶହ ଆଡ଼ାକୁ ମୁହାଁଇଛି । ଲଗାତର ୩ ଦିନ ହେଲା ଦୈନିକ ସଂଙ୍କ୍ରମଣ ୫ଶହ ଆଡ଼କୁ ମୁହାଁଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୭୧ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୯୩ ଜଣ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୧୦, ବାଲେଶ୍ୱରରୁ ୧୫, ବରଗଡରୁ ୫, ଭଦ୍ରକରୁ ୬, ବଲାଙ୍ଗୀରରୁ ୩୬, କଟକରୁ ୨୨, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୧, ଯାଜପୁରରୁ ୧୧, ଝାରସୁଗୁଡାରୁ ୨୩, କଳାହାଣ୍ଡିରୁ ୫୦, କନ୍ଧମାଳରୁ ୩, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଧାରୁ ୪୦, କୋରାପୁଟରୁ ୭, ମୟୂରଭଞ୍ଜରୁ ୧୬, ନବରଙ୍ଗପୁରରୁ ୧୭, ନୟାଗଡରୁ ୪, ନୂଆପଡାରୁ ୪୨, ପୁରୀରୁ ୧୪, ରାୟଗଡାରୁ ୮, ସମ୍ବଲପୁରରୁ ୨୭, ସୋନପୁରରୁ ୨, ସୁନ୍ଦରଗଡରୁ ୮୫ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୨୬୯୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୭୬୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୩୦୮୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ମୋଟ୍ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର