କେନ୍ଦ୍ରାପଡା, ୦୫/୦୪/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲା ପ୍ରତିଭା ପୂଜା ସଂସଦ ଦ୍ୱାରା ମାର୍ଶାଘାଇ ଥାନାର ଭାରପ୍ରାପ୍ତ ଇନିସପେକ୍ଟର କାଳନ୍ଦି ବେହେରାଙ୍କୁ କୋଭିଡ ଯୋଦ୍ଧା ସମ୍ମାନରେ ସମ୍ମାନିତ କରାଯାଇଛି । କେନ୍ଦ୍ରାପଡା ଉପଖଣ୍ଡ ପୋଲିସ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଏସଡିପିଓ ରାଜୀବ ଲୋଚନ ପଣ୍ଡା ସଂସଦ ପକ୍ଷରୁ ମାର୍ଶାଘାଇ ଥାନାର ଭାରପ୍ରାପ୍ତ ଇନିସପେକ୍ଟର ଶ୍ରୀ ବେହେରାଙ୍କୁ ମାନପତ୍ର, ଉତରୀୟ ଓ ପୁଷ୍ପଗୁଛ ପ୍ରଦାନ କରି କୋଭିଡ ଯୋଦ୍ଧା ସମ୍ମାନରେ ସମ୍ମାନିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ସଂସଦର ସଭାପତି ପ୍ରଦୀପ କୁମାର ମହାନ୍ତି, ସଭ୍ୟ ଚିତରଞ୍ଜନ ଦାସ ଓ ଗୌରାଙ୍ଗ ଚରଣ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର