ଭୁବନେଶ୍ୱର, ୦୭/୦୪/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ଉପର ମୁହାଁ । ଏବେ ଦୈନିକ ଆକ୍ରାନ୍ତ ଙ୍କ ସଂଖ୍ୟା ୮ ଶହ ଆଡ଼କୁ ମୁହିଁଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ହୋଇଥିବା ସୂଚନା । ମୃତକ ପୁରୀ ଜିଲାର ଜଣେ ୨୮ ବର୍ଷ ବୟସ୍କ ପୁରୁଷ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର