କେନ୍ଦ୍ରାପଡା, ୦୭/୦୪/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଗଣ୍ଡାଖିଆ ଗ୍ରାମର ସମାଜସେବୀ ଧ୍ରୁବ ଚରଣ ପଣ୍ଡାଙ୍କ ୮୫ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଯାଇଛି । ତାଙ୍କ ମୃତୁ୍ୟ ଶଯ୍ୟା ନିକଟରେ ଧର୍ମପତ୍ନୀ ଅଞ୍ଜଳି ପଣ୍ଡା,ପୁତ୍ର ଅରକ୍ଷିତ, ହିମାଂଶୁ ପ୍ରମୁଖ ଉପସ୍ଥିତ ଥିଲେ । ତାଙ୍କ ବିୟୋଗ ଖବର ପାଇ କେନ୍ଦ୍ରାପଡା ଶଶୀଭୂଷଣ ବେହେରା,ନଗର ବିଧାୟକ ଧ୍ରୁବ ଚରଣ ସାହୁ, ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରା, ଆଇନଜୀବୀ ଅବିନାଶ ପଣ୍ଡା, ରତିକାନ୍ତ ଚୈାଧୁରୀ, ଦିଲ୍ଲିପ ଚରଣ ପାଢୀ, ବାଲା ପାଢୀ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଁଚି ଶେଷଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଗ୍ରାମ୍ୟ ସ୍ମଶାନରେ ତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଥିବା ବେଳେ ଜ୍ୟେଷ୍ଠପୁତ୍ର ଅରକ୍ଷିତ ମୁଖାଗ୍ନି ଦେଇଥିଲେ । ଓଡ଼ିଶା ସମାଚାର
Check Also
ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଗଜପତି କୃଷ୍ଣଚନ୍ଦ୍ର ନାରାୟଣ ଦେବଙ୍କ ଅବଦାନ ଅତୁଳନୀୟ
ଭୁବନେଶ୍ୱର , ୨୫/୦୫/୨୦୨୨( ଓଡ଼ିଶା ସମାଚାର )-: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସୂତ୍ରଧର, ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ …