ଭୁବନେଶ୍ୱର, ୦୯/୦୪/୨୦୨୧(ଓଡ଼ିଶା ସମାଚାର)- ଧିରେ ଧିରେ କାୟା ମେଲାଇଲାଣି କରୋନା । ଦୈନିକ ସଂଙ୍କ୍ରମଣ ସଂଖ୍ୟା ୧୦୦ ମଧ୍ୟରେ ଥିଲା । ଏବେ ଦୈନିକ ସଂଙ୍କ୍ରମଣ ସଂଖ୍ୟା ୧୨ ଶହ ଟପିଲାଣି । ଏବେ ରାଜ୍ୟରେ କରୋନା ସଂଙ୍କ୍ରମିତ ଙ୍କ ସଂଖ୍ୟା କହଳିଆ ବାଛୁରୀ ଛୁଆଁ ଡ଼େଇଁଲା ଭଳି ନେଉଁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୮୨ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୫୨୭ଜଣ ସ୍ଥାନୀୟ ବାସିନ୍ଦା ।
ଅନୁଗୋଳରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୦, ବରଗଡରୁ ୮୪, ବଲାଙ୍ଗୀରରୁ ୪୫, କଟକରୁ ୬୩, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୧, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ଝାରସୁଗୁଡାରୁ ୩୬, କଳାହାଣ୍ଡିରୁ ୧୦୮, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୬, କେନ୍ଦୁଝରରୁ ୬, ଖୋର୍ଧାରୁ ୧୯୨, କୋରାପୁଟରୁ ୮, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୨୭, ନୟାଗଡରୁ ୧୦, ନୂଆପଡାରୁ ୮୨, ପୁରୀରୁ ୨୮, ରାୟଗଡାରୁ ୧୫, ସମ୍ବଲପୁରରୁ ୮୨, ସୋନପୁରରୁ ୧୨ ଓ ସୁନ୍ଦରଗଡରୁ ୨୨୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୬୮୦୮ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୬୮୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୮୮୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୫୯୪୧ ଜଣ ସକ୍ରୀୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ୯୩୦୪୭୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର