Monday , March 20 2023
Breaking News
Home / ବିଶେଷ / ସମଲେଇ ବିକାଶ ଯୋଜନା : ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ସମଲେଇ ବିକାଶ ଯୋଜନା : ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର, ୧୦/୦୪/୨୦୨୧(ଓଡ଼ିଶା ସମାଚାର)- ସମଲେଇ ବିକାଶ ଯୋଜନା ଅନ୍ତର୍ଗ ତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କପାଇଁ ସମ୍ପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରା ଯାଇଛି ।
ଏହି ପ୍ୟାକେଜକୁ ଅନୁମୋଦନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମା ସମଲେଶ୍ବରୀଙ୍କ କ୍ଷେତ୍ରର ଉନ୍ନତି ପାଇଁ ସ୍ଥାନୀୟ ଜନସାଧାରଣ ତ୍ୟାଗ କରିଛନ୍ତି ତାକୁ ଉତ୍ତରପିଢି ମନେରଖିବେ । ଏହାସହ ପ୍ରକଳ୍ପକୁ ଆଗେଇ ନେବାପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।
ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ର ଅଧ୍ୟକ୍ଷ ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚବି ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚବି ତଥା ଫାଇଭ ଟି ସଚିବ ଭି କେ ପାଣ୍ଡିଆନ୍ କାର୍ୟ୍ୟକ୍ରମ ସଞ୍ଚାଳନ କରିଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.