Tuesday , March 21 2023
Breaking News
Home / ସ୍ୱାସ୍ଥ୍ୟ / ୩୧୪୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ- ୪ ଜଣ ଙ୍କ ମୃତ୍ୟୁ

୩୧୪୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ- ୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୬/୦୪/୨୦୨୧(ଓଡ଼ିଶା ସମାଚାର)- ଆଜି ମଧ୍ୟ ରାଜ୍ୟରେ ଦୈନିକ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ୩ ହଜାର ଉପରେ । ଗତ ୨୪ ଘଣ୍ଟା ମଧ୍ୟରେ ୩୧୪୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩୨୧ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୮ଜଣ, ବରଗଡ଼ ଜିଲ୍ଲାରୁ ୧୫୬ଜଣ, ଭଦ୍ରକ ଜିଲ୍ଲାରୁ ୫୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୨ଜଣ, ବୌଦ୍ଧ ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୧୪୦ଜଣ, ଦେଓଗଡ଼ ଜିଲ୍ଲାରୁ ୨୧ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬୭ଜଣ, ଗଞ୍ଜାମ ଜିଲ୍ଲାରୁ ୪୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୫୩ଜଣ, କନ୍ଧମାଳ ଜିଲ୍ଲାରୁ ୧୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ନ୪୯୭ଜଣ, କୋରାପୁଟ ଜିଲ୍ଲାରୁ ୧୮ଜଣ, ମାଲକାନଗିରି ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୬ଜଣ, ନୟାଗଡ଼ ଜିଲ୍ଲାରୁ ୨୯ଜଣ, ନୂଆପଡ଼ା ଜିଲ୍ଲାରୁ ୩୯୫ଜଣ, ପୁରୀ ଜିଲ୍ଲାରୁ ୧୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୪୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୯ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୨୩ଜଣ, ଷ୍ଟେଟ୍ ପୁଲ୍ରୁ ୧୧୦ଜଣ ରହିଛନ୍ତି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୪୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୪୩୫୨୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଉ ୧୯୦୭୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୬୫୪୨୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକ ୪ ଜଣ ବଲାଙ୍ଗୀର, ଝାରସୁଗୁଡା, କଳାହାଣ୍ଡି ଓ ସମ୍ବଲପୁର ଜିଲ୍ଲାର ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୪୨କୁ ବୃଦ୍ଧି ପାଇଛି । ୫୩ ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.