Monday , March 27 2023
Breaking News
Home / ସ୍ୱାସ୍ଥ୍ୟ / ୪୭୬୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ – ୫ ଜଣଙ୍କ ମୃତ୍ୟୁ

୪୭୬୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ – ୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୦/୦୪/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୭୬୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୮୫ ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୧୯୭୬ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୧ଜଣ, ବାଲେଶ୍ୱର ଜିଲ୍ଲାରୁ ୮୪ଜଣ, ବରଗଡ଼ ଜିଲ୍ଲାରୁ ୧୯୮ଜଣ, ଭଦ୍ରକ ଜିଲ୍ଲାରୁ ୬୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨୩ଜଣ, କଟକ ଜିଲ୍ଲାରୁ ୧୭୬ଜଣ, ଦେଓଗଡ଼ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୩୧ଜଣ, ଗଞ୍ଜାମ ଜିଲ୍ଲାରୁ ୪୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୮୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୭ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୦ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୨୦ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫୪ଜଣ, ନୟାଗଡ଼ ଜିଲ୍ଲାରୁ ୬୩ଜଣ, ନୂଆପଡ଼ା ଜିଲ୍ଲାରୁ ୫୩୪ଜଣ, ପୁରୀ ଜିଲ୍ଲାରୁ ୧୯୩ଜଣ, ରାୟଗଡ଼ା ଜିଲ୍ଲାରୁ ୬୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୮୩ଜଣ, ସୋନପୁର ଜିଲ୍ଲାରୁ ୪୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୭୩ଜଣ, ଷ୍ଟେଟ୍ ପୁଲ୍ରୁ ୧୬୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୭୪୬୪ ରେ ପହଞ୍ଚିଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୭୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୪୭୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୨୭୮୨୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅ୍ରଛନ୍ତି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ନୂଆପଡ଼ା ଜିଲ୍ଲାରୁ ୩ଜଣ ଏବଂ କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । କରୋନା ଯୋଗୁଁ ୧୯୫୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୯୬୬୮୪୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.