Saturday , April 1 2023
Breaking News
Home / ସ୍ୱାସ୍ଥ୍ୟ / ୬୧୬୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ – ୭ ଜଣଙ୍କ ମୃତ୍ୟୁ

୬୧୬୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ – ୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୨/୦୪/୨୦୨୧(ଓଡ଼ିଶା ସମାଚାର)-କାୟା ମେଲାଇଲା କରୋନା । କହଁଳା ବାଛୁରୀ ଡ଼ିଆଁ ମରିବା ପରି ଡ଼ିଆଁ ମାରିଲାଣି କରୋନା । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୧୬୪ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୭୫ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୨୫୮୯ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ଜଣ, ବରଗଡ଼ ଜିଲ୍ଲାରୁ ୨୩୬ଜଣ, ଭଦ୍ରକ ଜିଲ୍ଲାରୁ ୭୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨୬ଜଣ, ବୌଦ୍ଧ ଜିଲ୍ଲାରୁ ୩୮ଜଣ, କଟକ ଜିଲ୍ଲାରୁ ୩୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୩୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୫୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୩୫ଜଣ, ଜଗତସିଂହପୁର ଜିଲ୍ଲାରୁ ୬୩ଜଣ, ଯାଜପୁର ଜିଲ୍ଲାରୁ ୧୫୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୫୨ଜଣ, କନ୍ଧମାଳ ଜିଲ୍ଲାରୁ ୨୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩୨ଜଣ, କୋରାପୁଟ ଜିଲ୍ଲାରୁ ୪୫ଜଣ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୭ଜଣ, ନୟାଗଡ଼ ଜିଲ୍ଲାରୁ ୯୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୫୯ଜଣ, ପୁରୀ ଜିଲ୍ଲାରୁ ୨୮୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨୯ଜଣ, ସୋନପୁର ଜିଲ୍ଲାରୁ ୯୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୨୭ଜଣ, ଷ୍ଟେଟ୍ ପୁଲ୍ରୁ ୨୪୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୮୮,୪୭୯ରେ ପହଞ୍ଚିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୮୮୪୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୧୩୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଆଉ ୩୫୦୭୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ମୋଟ୍ ୯୭୪୯୯୩୨ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୬୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ କଳାହାଣ୍ଡି, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ କରୋନା ଯୋଗୁଁ ୧୯୬୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.