ଭୁବନେଶ୍ୱର, ୨୪/୦୪/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ ଦୈନିକ ସଂଙ୍କ୍ରମଣ ସଂଖ୍ୟା କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬୪୭ ଜଣ ନୂତନ କରୋନା ସଂଙ୍କ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୫୫ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ୧୪୧, ବାଲେଶ୍ୱର ୫୩ଜଣ, ବରଗଡ଼ ୨୯୦ଜଣ, ଭଦ୍ରକ ଜିଲ୍ଲାରୁ ୪୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩୪ଜଣ, ବୌଦ୍ଧ ଜିଲ୍ଲାରୁ ୩୯ଜଣ, କଟକ ଜିଲ୍ଲାରୁ ୩୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୩୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୪ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୧ଜଣ, ଜଗତସିଂହପୁର ଜିଲ୍ଲାରୁ ୬୫ଜଣ, ଯାଜପୁର ଜିଲ୍ଲାରୁ ୧୩୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୪୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬୧ଜଣ, କନ୍ଧମାଳ ଜିଲ୍ଲାରୁ ୨୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୮୯ଜଣ, କୋରାପୁଟ ଜିଲ୍ଲାରୁ ୬୭ଜଣ, ମାଲକାନଗିରି ଜିଲ୍ଲାରୁ ୧୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୫୯ଜଣ, ପୁରୀ ଜିଲ୍ଲାରୁ ୩୯୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ ୭୮୮ଜଣ, ଷ୍ଟେଟ୍ ପୁଲ୍ରୁ ୨୬୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୧୩୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୬୦୦୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୪୩୩୦୪ ଜଣ ସକ୍ରିୟ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୮୩୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଂଟା ମଡଧ୍ୟରେ ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଏବଂ ବାଲେଶ୍ବର, ବରଗଡ଼, ଭଦ୍ରକ, ବଲାଙ୍ଗୀର,ବୌଦ୍ଧ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ କରୋନା ଯୋଗୁଁ ୧୯୮୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଓଡ଼ିଶା ସମାଚାର