Monday , March 20 2023
Breaking News
Home / ସ୍ୱାସ୍ଥ୍ୟ / ୮୬୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୧୪ ଜଣ ଙ୍କର ମୃତ୍ୟୁ

୮୬୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ – ୧୪ ଜଣ ଙ୍କର ମୃତ୍ୟୁ

ଭୁବନେଶ୍ୱର,୩୦/୦୪/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୬୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୯୪୮ ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୩୭୩୩ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୫ଜଣ, ବରଗଡ଼ ଜିଲ୍ଲାରୁ ୪୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୦୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୫୯ଜଣ, ବୌଦ୍ଧ ଜିଲ୍ଲାରୁ ୫୭ଜଣ, କଟକ ଜିଲ୍ଲାରୁ ୫୭୦ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୩ଜଣ, ଗଜପତି ଜିଲ୍ଲାରୁ ୧୨୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୮ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୩୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯୫ଜଣ, କନ୍ଧମାଳ ଜିଲ୍ଲାରୁ ୫୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୪୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୦୮ଜଣ, କୋରାପୁଟ ଜିଲ୍ଲାରୁ ୧୧୩ଜଣ, ମାଲକାନଗିରି ଜିଲ୍ଲାରୁ ୩୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୬୮ଜଣ, ନୟାଗଡ଼ ଜିଲ୍ଲାରୁ ୧୬୦ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୪ଜଣ, ପୁରୀ ଜିଲ୍ଲାରୁ ୫୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୧୦ଜଣ, ସୋନପୁର ଜିଲ୍ଲାରୁ ୯୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୪୫ଜଣ, ଷ୍ଟେଟ୍ ପୁଲ୍ ରୁ ୨୭୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୪୧୯୪ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୪୪୧୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୮୦୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଯୋଗୁଁ ୨୦୪୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ଆଉ ୬୧୬୯୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୦୮୬୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.