Friday , September 22 2023
Breaking News
Home / ସ୍ୱାସ୍ଥ୍ୟ / ଆଉ ୮୦୧୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୪ ଜଣ ଜୀବନ ଯାଇଛି

ଆଉ ୮୦୧୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୧୪ ଜଣ ଜୀବନ ଯାଇଛି

ଭୁବନେଶ୍ୱର,୦୨/୦୫/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮୦୧୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୫୬୮ ଜଣ ସଙ୍ଗରୋଧ କେନ୍ଦ୍ରରେ  ରହିଥିବା ବେଳେ ୩୪୪୭ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୨୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୦ଜଣ, ବରଗଡ଼ ଜିଲ୍ଲାରୁ ୩୯୦ଜଣ, ଭଦ୍ରକ ଜିଲ୍ଲାରୁ ୧୪୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯୮ଜଣ, ବୌଦ୍ଧ ଜିଲ୍ଲାରୁ ୧୦୩ଜଣ, କଟକ ଜିଲ୍ଲାରୁ ୪୮୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୬ଜଣ, ଗଜପତି ଜିଲ୍ଲାରୁ ୧୨୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୯ଜଣ, ଯାଜପୁର ଜିଲ୍ଲାରୁ ୧୯୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୮୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭୪ଜଣ, କନ୍ଧମାଳ ଜିଲ୍ଲାରୁ ୬୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୦ଜଣ, କେନ୍ଦୁଝର ଜିଲ୍ଲାରୁ ୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୭୫ଜଣ, କୋରାପୁଟ ଜିଲ୍ଲାରୁ ୧୨୭ଜଣ, ମାଲକାନଗିରି ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୯୯ଜଣ,ନବରଙ୍ଗପୁର ଜିଲ୍ଲାରୁ ୩୨୦ଜଣ, ନୟାଗଡ଼ ଜିଲ୍ଲାରୁ ୧୮୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୬୪ଜଣ, ପୁରୀ ଜିଲ୍ଲାରୁ ୩୦୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୪୪୧ଜଣ, ସୋନପୁର ଜିଲ୍ଲାରୁ ୨୦୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୩୫ଜଣ, ଷ୍ଟେଟ୍ ପୁଲ୍ ରୁ ୨୩୬ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬୨୬୨୨ କୁ ବୃଦ୍ଧି ପାଇଛି  ।

ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଙ୍କ ଜୀବନ ଯାଇଛି । ମୃତକଙ୍କ ମଧ୍ୟରୁ ରାୟଗଡ଼ା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ୨ ଜଣ ରହିଥିବା ବେଳେ ସୁନ୍ଦରଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, ଦେବଗଡ଼, ବୌଦ୍ଧ, ବଲାଙ୍ଗୀର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୮କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୬୨୬୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୧୦୪୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୨୦୬୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।  ଆଉ ୬୯୪୫୩ ଜଣ ସ୍ରକିୟ ଆକ୍ରାନ୍ତ  ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ମୋଟ୍ ୧୦୧୮୦୬୭୮ ଜଚ୍ଚଙ୍କ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *