Sunday , March 26 2023
Breaking News
Home / ସ୍ୱାସ୍ଥ୍ୟ / ୮୯୧୪ ଜଣ କରୋନା  ସଂକ୍ରମିତ ଚିହ୍ନଟ – ୫ ମୃତ୍ୟୁ

୮୯୧୪ ଜଣ କରୋନା  ସଂକ୍ରମିତ ଚିହ୍ନଟ – ୫ ମୃତ୍ୟୁ

ଭୁବନେଶ୍ୱର,୦୩/୦୫/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-ଗତ ୨୪ ଘଣ୍ଟା ମଧ୍ୟରେ ଆଉ   ୮୯୧୪ ଜଣ କରୋନା  ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୮୧ ଜଣ ସଙ୍ଗରୋଧ କେନ୍ଦ୍ରରେ ରହିଥିବା ବେଳେ ୩୮୩୩ଜଣ ସ୍ଥାନୀୟ ବାସିନ୍ଦା । ଅନୁଗୋଳରୁ ୩୩୧, ବାଲେଶ୍ୱରରୁ ୧୭୯, ବରଗଡରୁ ୪୫୨, ଭଦ୍ରକରୁ ୩୫୧, ବଲାଙ୍ଗୀରରୁ ୨୯୧, ବୌଦ୍ଧରୁ ୧୭୫, କଟକରୁ ୫୮୭, ଦେବଗଡରୁ ୧୦୩, ଢେଙ୍କାନାଳରୁ ୧୪୯, ଗଜପତିରୁ ୧୬୫, ଗଞ୍ଜାମରୁ ୨୬୨, ଜଗତସିଂପୁରରୁ ୧୦୯, ଯାଜପୁରରୁ ୨୩୨, ଝାରସୁଗୁଡାରୁ ୩୦୪, କଳାହାଣ୍ଡିରୁ ୨୩୬, କନ୍ଧମାଳରୁ ୬୨, କେନ୍ଦ୍ରାପଡାରୁ ୧୩୨, କେନ୍ଦୁଝରରୁ ୧୦୪, ଖୋର୍ଧାରୁ ୧୨୫୮, କୋରାପୁଟରୁ ୧୪୫, ମାଲକାନଗିରିରୁ ୭୩, ମୟୂରଭ଼ଞ୍ଜରୁ ୧୩୪, ନବରଙ୍ଗପୁରରୁ ୪୩୩, ନୟାଗଡରୁ ୧୯୪, ନୂଆପଡାରୁ ୨୭୮, ପୁରୀରୁ ୫୩୦, ରାୟଗଡାରୁ ୧୫୭, ସମ୍ବଲପୁରରୁ ୫୨୦, ସୋନପୁରରୁ ୧୨୧, ସୁନ୍ଦରଗଡରୁ ୫୯୨ ଜଣ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୭୧୫୩୬ରେ ପହଞ୍ଚିଛି ।

ଅନ୍ୟ ପକ୍ଷରେ ଗତ  ୨୪ ଘଣ୍ଟା ମଧ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୩ ଜଣ ଏବଂ ଖୋର୍ଦ୍ଧାରୁ ୨ ଜଣ ସଂକ୍ରମିତ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୩କୁ ବୃଦ୍ଧି ପାଇଛି । ଏଥି ସହିତ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ କରଣ କରିଛନ୍ତି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୭୧୫୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୭୫୭୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି  । କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭୩ ଓ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ କରଣ କରିଛନ୍ତି । ଆଉ ୭୧୮୩୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୨୨୭୩୨୧ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.