ସାଲେପୁର,୦୭/୦୫/୨୦୨୧(ଓଡିଶା ସମାଚାର /ଅଭୟ ଜେନା ) କରୋନା ର ଦ୍ୱିତୀୟ ଲହରୀ ଚାଲିଥିବା ବେଳେ ସାଲେପୁର ଓ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କୋଭିଡ୍ ଟୀକା ନେବା ପାଇଁ ନାହିଁ ନଥିବା ଭିଡ ପରିଲକ୍ଷିତ ହୋଇଛି । ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ସାମ୍ବାଦିକ ମାନଙ୍କୁ କରୋନା ଯୋଦ୍ଧା ଘୋଷଣା କରିବାପରେ ଯୁବ ସାମ୍ବାଦିକ ମାନଙ୍କୁ ଟୀକା ନେବା ପାଇଁ ଅଗ୍ରାଧିକାର ମିଳିଛି। ଏହି ଟୀକା କରଣରେ ପ୍ରଥମ ଟୀକା ନେବା ପରେ ଯୁବ ସାମ୍ବାଦିକ ମାନେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ୍ ଅର୍ପଣ କରିଛନ୍ତି । ଓଡ଼ିଶା ସମାଚାର