Sunday , March 26 2023
Breaking News
Home / ତାଜା ଖବର / ଆଉ ୧୧୮୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ – ୨୧ ମୃତ୍ୟୁ

ଆଉ ୧୧୮୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ – ୨୧ ମୃତ୍ୟୁ

ଭୁବନେଶ୍ୱର,୧୫/୦୫/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧୮୦୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୧୧ ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୫୧୯୪ ଜଣ ସ୍ଥାନୀୟ ବାସିନ୍ଦା ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୬୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୩, ବରଗଡ଼ ଜିଲ୍ଲାରୁ ୪୨୧ଜଣ, ଭଦ୍ରକ ଜିଲ୍ଲାରୁ ୩୦୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫୮ଜଣ, ବୌଦ୍ଧ ଜିଲ୍ଲାରୁ ୨୪୬ଜଣ, କଟକ ଜିଲ୍ଲାରୁ ୧୧୯୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୮୦ଜଣ, ଗଜପତି ଜିଲ୍ଲାରୁ ୧୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୩୩୧ଜଣ, ଜଗତସିଂହପୁର ଜିଲ୍ଲାରୁ ୨୭୪ଜଣ, ଯାଜପୁର ଜିଲ୍ଲାରୁ ୩୯୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭୭ଜଣ, କନ୍ଧମାଳ ଜିଲ୍ଲାରୁ ୮୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୧୪ଜଣ, କୋରାପୁଟ ଜିଲ୍ଲାରୁ ୧୯୬ଜଣ, ମାଲକାନଗିରି ଜିଲ୍ଲାରୁ ୯୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୩୯ଜଣ, ନୟାଗଡ଼ ଜିଲ୍ଲାରୁ ୨୮୦ଜଣ, ନୂଆପଡ଼ା ଜିଲ୍ଲାରୁ ୩୦୭ଜଣ, ପୁରୀ ଜିଲ୍ଲାରୁ ୩୩୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୫୫୩ଜଣ, ସୋନପୁର ଜିଲ୍ଲାରୁ ୨୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୦୯ଜଣ, ଷ୍ଟେଟ୍ ପୁଲ୍ରୁ ୨୮୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୦୪୯୨ରେ ପହଞ୍ଚିଛି।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ୧୬ ଜଣ ପୁରୁଷ ଓ ୫ ଜଣ ମହିଳା । ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଥିବା ବେଳେ କଳାହାଣ୍ଡି ,କେନ୍ଦ୍ରାପଡ଼ା ,ପୁରୀ , ରାୟଗଡ଼ା, ସମ୍ବଲପୁର ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ବୌଦ୍ଧ , ଗଜପତି, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୯୪କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୯୧୬୭୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତକଙ୍କ ସଂଖ୍ୟା ୨୨୯୪ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କର ମୃତ୍ୟୁ ହୋଇଛି । ଆଉ ୧୦୮୨୫୯୧୪ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ୧୦୬୪୭୧ ସାମ୍ପୁଲ ଟେଷ୍ଟ୍ ହୋଇଥିବା ସୂଚନା ମିଳିଛଇ। ଓଡ଼ିଶା ସମାଚାର

Leave a Reply

Your email address will not be published.