Wednesday , December 8 2021
Home / ତାଜା ଖବର / ଆଉ ୧୦୭୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୨୨ ଜଣଙ୍କ ମୃତ୍ୟୁ

ଆଉ ୧୦୭୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୨୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୦୫/୨୦୨୧(ଓଡ଼ିଶା ସମାଚାର)- ଦୈନିକ ସଂଙ୍କ୍ରମଣ ସଂଖ୍ୟା ୧୦ ହଜାର ତଳକୁ ଖସୁନି । କେବେ କେବେ ବଢ଼ିଯାଉଛି ତ କେବେ କେବେ ଖସିଯାଉଛି ହେଲେ ଦୈନିକ ସଂଙ୍କ୍ରମଣ ସଂଖ୍ୟା ୧୦ ହଜାର ଉପରେ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୭୫୭ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୨୪ ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୪୭୩୩ ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୦୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୫୪ଜଣ, ବରଗଡ଼ ଜିଲ୍ଲାରୁ ୪୦୪ଜଣ, ଭଦ୍ରକ ଜିଲ୍ଲାରୁ ୪୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୦୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩୩ଜଣ, କଟକ ଜିଲ୍ଲାରୁ ୯୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୧୦୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୮୯ଜଣ, ଗଜପତି ଜିଲ୍ଲାରୁ ୧୪୧ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧୯ଜଣ, ଯାଜପୁର ଜିଲ୍ଲାରୁ ୨୮୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୮୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨୫ଜଣ, କନ୍ଧମାଳ ଜିଲ୍ଲାରୁ ୮୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୦୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୦୯ଜଣ, କୋରପୁଟ ଜିଲ୍ଲାରୁ ୨୮୨ଜଣ, ମାଲକାନଗିରି ଜିଲ୍ଲାରୁ ୧୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୫୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୬ଜଣ, ନୟାଗଡ଼ ଜିଲ୍ଲାରୁ ୨୨୭ଜଣ, ନୂଆପଡ଼ା ଜିଲ୍ଲାରୁ ୫୦୨ଜଣ, ପୁରୀ ଜିଲ୍ଲାରୁ ୩୫୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୪୯୪ଜଣ, ସୋନପୁର ଜିଲ୍ଲାରୁ ୨୪୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୩୨ଜଣ, ଷ୍ଟେଟ୍ ପୁଲ୍ ରୁ ୨୦୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ,୨.୯୮୧ କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ  ୨୨ ଜଣ କରୋନା ଆକ୍ରାନ୍ତ ଙ୍କର  ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରୁ ବୌଦ୍ଧ, କୋରାପୁଟ, ଖୋର୍ଦ୍ଧା, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଗଜପତି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୩୫କୁ ବୃଦ୍ଧି ପାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୨୨୯୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୪୫୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଜନିତ ମୃତକଙ୍କ ସଂଖ୍ୟା ୨୩୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଆଉ  ୧୦୬୦୬୧ ଜଣ ସକ୍ରିୟ ଆକ୍ରାନ୍ତ  ଚିକିତ୍ସାଧିନ ଅଛନ୍ତି ।  ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦୯୪୧୧୯୨ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

About admin

Check Also

ଭାରିଗୋଳରେ ଅଗ୍ନୀକାଣ୍ଡ, ମହିଳା ଗୁରୁତର ଗାଈ ବାଛୁରୀ ଅର୍ଦ୍ଧ ଦଗ୍ଧ

ଗରଦପୁର,୦୫/୧୨/୨୦୨୧(ଓଡ଼ିଶା ସମାଚାର)-ଗରଦପୁର ବ୍ଲକ୍ ଅନ୍ତର୍ଗତ ବଡ଼ବେତ୍ରା ପଂଚାୟତସ୍ଥିତ ଭାରିଗୋଳ ଗ୍ରାମର ରବିନ୍ଦ୍ର ମହାନ୍ତିଙ୍କର ୨ ବଖରା ଚାଳ ଛପର ଗୁହାଳ …

Leave a Reply

Your email address will not be published. Required fields are marked *