ଭୁବନେଶ୍ୱର,୧୭/୦୫/୨୦୨୧(ଓଡ଼ିଶା ସମାଚାର)- ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୬୩ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି ।
୧୯୫୮ ମସିହା ରେ କେନ୍ଦ୍ରାପଡ଼ା ଜିଲ୍ଲାରେ ଜନ୍ମଗ୍ରହଣ କରିଥିବା ଅମରେନ୍ଦ୍ର , ବୁଲୁ ଭାଇ ଭାବେ ସମସ୍ତଙ୍କର ଅତି ପରିଚିତ ଥିଲେ । ଓଡିଆ ଚଳଚ୍ଚିତ୍ର ଜଗତରେ ବହୁ ଜଣାଶୁଣା ନାଁଟି ହେଉଛି ଅମରେନ୍ଦ୍ର ମହାନ୍ତି । ସେ ବହୁ ଭଜନ ଓ ହିଟ୍ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି । ତାଙ୍କ ଏପରି ଅକଳା ବିୟୋଗରେ ଫିଲ୍ମ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମନେ କରାଯାଉଛି । ସେ କରୋନା ସଙ୍କ୍ରମିତ ହୋଇ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ । ଓଡ଼ିଶା ସମାଚାର