Friday , September 22 2023
Breaking News
Home / ତାଜା ଖବର / ୧୧,୪୯୮ କରୋନା ସଂକ୍ରମିତ ଚିହ୍ନଟ – ୨୫ ଜଣଙ୍କ ମୃତ୍ୟୁ

୧୧,୪୯୮ କରୋନା ସଂକ୍ରମିତ ଚିହ୍ନଟ – ୨୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୨୦/୦୫/୨୦୨୧(ଓଡ଼ିଶା ସମାଚାର)- ସଟ ଡ଼ାଉନ୍ , ଲକ ଡ଼ାଉନ୍ ସତ୍ୱେ ଦୈନିକ ସଂଙ୍କ୍ରମଣ ସଂଖ୍ୟା ୧୦ ହଜାର ତଳକୁ ଖସୁନି । ଗତ ୨୪ ଘଣ୍ଟା ମଧ୍ୟରେ ୧୧,୪୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪୩୯ ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୫୦୫୯ ଜଣ ସ୍ଥାନୀୟ ବାସିନ୍ଦା ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୬୭ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨୪ଜଣ, ବରଗଡ଼ ଜିଲ୍ଲାରୁ ୩୯୫ଜଣ, ଭଦ୍ରକ ଜିଲ୍ଲାରୁ ୧୩୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୯୪ଜଣ, ବୌଦ୍ଧ ଜିଲ୍ଲାରୁ ୩୧୩ଜଣ, କଟକ ଜିଲ୍ଲାରୁ ୧୧୦୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୧୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୧ଜଣ, ଗଜପତି ଜିଲ୍ଲାରୁ ୮୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୮ଜଣ, ଜଗତସିଂହପୁର ଜିଲ୍ଲାରୁ ୩୩୫ଜଣ, ଯାଜପୁର ଜିଲ୍ଲାରୁ ୩୭୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୪୭ଜଣ, କଳାହାଣ୍ଡି ଜିଲ୍ଲାରୁ ୨୦୫ଜଣ, କନ୍ଧମାଳ ଜିଲ୍ଲାରୁ ୧୦୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୦୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୯୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪୯୭ଜଣ, କୋରାପୁଟ ଜିଲ୍ଲାରୁ ୨୬୬ଜଣ, ମାଲକାନାଗିରି ଜିଲ୍ଲାରୁ ୧୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪୬ଜଣ, ନୟାଗଡ଼ ଜିଲ୍ଲାରୁ ୩୮୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୫୨ଜଣ, ପୁରୀ ଜିଲ୍ଲାରୁ ୪୨୪ଜଣ, ରାୟଗଡ଼ା ଜିଲ୍ଲାରୁ ୨୩୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୯୩ଜଣ, ସୋନପୁର ଜିଲ୍ଲାରୁ ୨୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୦୩ଜଣ , ଷ୍ଟେଟ୍ ପୁଲ୍ ରୁ ୨୬୧ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୫୫୮୯୯ରେ କୁ ବୃଦ୍ଧି ପାଇଛି।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୨୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୩ଜଣ ରହିଛନ୍ତି । ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ , କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୦୩କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୫୫୮୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୪୬୬୩୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଜନିତ ମୃତକଙ୍କ ସଂଖ୍ୟା ୨୪୦୩ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗରେ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୧୦୬୮୧୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଗତକାଲି ସୁଦ୍ଧା ରାଜ୍ୟରେ ରାଜ୍ୟରେ ୧୧୧୧୮୯୮୪ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *