Tuesday , March 28 2023
Breaking News
Home / ତାଜା ଖବର / ଆଉ ୬,୭୩୬ ଜଣ କରୋନା ସଂକ୍ରମିତଚିହ୍ନଟ – ୩୪ ଜଣ ଙ୍କ ମୃତ୍ୟୁ

ଆଉ ୬,୭୩୬ ଜଣ କରୋନା ସଂକ୍ରମିତଚିହ୍ନଟ – ୩୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୭/୦୫/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୬,୭୩୬ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩,୭୭୪ ଜଣ ସଙ୍ଗରୋଧ କେନ୍ଦ୍ର ରେ ରହିଥିବା ବେଳେ ୨,୯୬୨ ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୮୮ଜଣ, ବାଲେଶ୍ୱର ଜିଲ୍ଲାରୁ ୭୧ଜଣ, ବରଗଡ଼ ଜିଲ୍ଲାରୁ ୪୦୫ଜଣ, ଭଦ୍ରକ ଜିଲ୍ଲାରୁ ୨୦୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪୪ଜଣ, ବୌଦ୍ଧ ଜିଲ୍ଲାରୁ ୨୬୨ଜଣ, କଟକ ଜିଲ୍ଲାରୁ ୩୬୨ଜଣ, ଦେଓଗଡ଼ ଜିଲ୍ଲାରୁ ୬୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭୮ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୬ଜଣ , ଯାଜପୁର ଜିଲ୍ଲାରୁ ୩୭୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୪୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୭ଜଣ, କୋରାପୁଟ ଜିଲ୍ଲାରୁ ୨୧୯ଜଣ, ମାଲକାନଗିରି ଜିଲ୍ଲାରୁ ୯୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮୨ଜଣ, ନୟାଗଡ଼ ଜିଲ୍ଲାରୁ ୨୦୭ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୨୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୨୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୯ଜଣ, ସୋନପୁର ଜିଲ୍ଲାରୁ ୮୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭୨୦ଜଣ, ଷ୍ଟେଟ୍ ପୁଲ୍ ରୁ ୧୦୨ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୨୭୩୯ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ୨୦ ଜଣ ପୁରୁଷ ଓ ୧୪ ଜଣ ମହିଳା । ସେମାନଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣ ପ୍ରାଣ ହରାଇଛନ୍ତି। ସେହିପରି ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବୌଦ୍ଧ, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତ୍ୟୁ ବରଣ କରିଥିବାବେଳେ ଗଜପତି, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ଏବଂ ପୁରୀ ଓ ଢେଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୬୧୮କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୨୭୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୩୬୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନାରେ ମୃତକଙ୍କ ସଂଖ୍ୟା ୨,୬୧୮ରେ ପହଞ୍ଚିଥିବା ବେଳେ କରୋନା ଆକ୍ରାନ୍ତ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି । ଏବେ ସୁଦ୍ଧା ଆଉ ୧, ୦୬, ୪୪୦ଜଣ ସକ୍ରିୟ ସଂକ୍ରମିତ ଚିକିତ୍ସାଧିନ ଅଛନ୍ତି। ରାଜ୍ୟରେ ୧୧୫୫୨୯୮୫ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.