Saturday , June 3 2023
Breaking News
Home / ତାଜା ଖବର / ୭,୧୮୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୩୫ ମୃତ

୭,୧୮୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୩୫ ମୃତ

ଭୁବନେଶ୍ୱର,୨୯/୦୫/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୭,୧୮୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪,୦୨୬ ଜଣ ସଙ୍ଗାରାଧ କେନ୍ଦ୍ରରେ ରହିଥିବା ବେଳେ ୩,୧୬୨ ଜଣ ସ୍ଥାନୀୟ ବାସିନ୍ଦା ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ଜଣ, ବରଗଡ଼ ଜିଲ୍ଲାରୁ ୨୭୧ଜଣ, ଭ୍ରଦକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୨୫୭ଜଣ, କଟକ ଜିଲ୍ଲାରୁ ୬୯୦ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୫ଜଣ, ଗଜପତି ଜିଲ୍ଲାରୁ ୧୦୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୬୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫୪ଜଣ, ଯାଜପୁର ଜିଲ୍ଲାରୁ ୪୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭୭ଜଣ, କନ୍ଧମାଳ ଜିଲ୍ଲାରୁ ୫୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩୪ଜଣ, କୋରାପୁଟ ଜିଲ୍ଲାରୁ ୨୦୨ଜଣ, ମାଲକାନଗିରି ଜିଲ୍ଲାରୁ ୯୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧୬ଜଣ, ନୟାଗଡ଼ ଜିଲ୍ଲାରୁ ୨୪୨ଜଣ, ନୂଆପଡ଼ା ଜିଲ୍ଲାରୁ ୬୨ଜଣ, ପୁରୀ ଜିଲ୍ଲାରୁ ୪୫୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୦ଜଣ, ସୋନପୁର ଜିଲ୍ଲାରୁ ୧୨୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୨ଜଣ, ଷ୍ଟେଟ୍ ପୁଲ୍ ରୁ ୨୩୭ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା .୪୭,୧୪୩ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେମାନଙ୍କ ମଧ୍ୟରେ ୨୧ ଜଣ ପୁରୁଷ ଓ ୧୪ ଜଣ ମହିଳା । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ ରହିଥିବା ବେଳେ କଳାହାଣ୍ଡି ଓ ରାୟଗଡା ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡା, ଖୋର୍ଦ୍ଧା, ନବରଙ୍ଗପୁର ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଜଗତସିଂପୁର, କୋରାପୁଟରୁ ୨ ଜଣ ଲେଖାଏଁ ରହିଛନ୍ତି । ସେହିପରି କଟକ, ମାଲକାନଗିରି, ସମ୍ବଲପୁର ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ .୪୭,୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୪୭୧୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ୟ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୬୮୬କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି । ଆଉ ୯୭୨୭୧ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧,୬୪୫,୪୦୨ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published.