Tuesday , December 7 2021
Home / ବିଶେଷ / ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀକୁ ମୁକାବିଲା ପାଇଁ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦିଆଯିବ ଓ ଲୋକଙ୍କୁ ପ୍ରସ୍ତୁତ କରାଯିବ

ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀକୁ ମୁକାବିଲା ପାଇଁ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦିଆଯିବ ଓ ଲୋକଙ୍କୁ ପ୍ରସ୍ତୁତ କରାଯିବ

ଭୁବନେଶ୍ୱର,୩୦/୦୫/୨୦୨୧(ଓଡ଼ିଶା ସମାଚାର)-ଜରୁରୀ ପରିସ୍ଥିତି ବିଶେଷକରି ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀକୁ କିଭଳି ରାଜ୍ୟର ପ୍ରତ୍ୟେକ ଲୋକ ମୁକାବିଲା କରିପାରିବେ ସେଥିପାଇଁ ସେମାନଙ୍କୁ ପ୍ରସ୍ତୁତ କରାଯିବ । ହାଇସ୍କୁଲ ଓ କଲେଜ ଛାତ୍ରଛାତ୍ରୀଙ୍କୁ ଏ ସଂକ୍ରାନ୍ତରେ ଜ୍ଞାନ ପ୍ରଦାନ କରିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ଶନିବାର ଏକ ସଙ୍କଳ୍ପ ପାରିତ ହୋଇଛି । ସଙ୍କଳ୍ପ ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଗତ ଦୁଇ ଦଶନ୍ଧି ମଧ୍ୟରେ ବିପର୍ଯ୍ୟୟ ମୁକାବିଲାରେ ଓଡିଶାର ଦକ୍ଷତା ସଂପର୍କରେ ସାରା ବିଶ୍ୱର ଦୃଷ୍ଟିଭଙ୍ଗୀ ବଦଳି ଯାଇଛି । ଦିନ ଥିଲା ଆମେ ଦୟାର ପାତ୍ର ଥିଲୁ । ଆଜି ଓଡ଼ିଶା ବିପର୍ଯ୍ୟୟ ପରିଚାଳନାରେ ଏକ ମଡେଲ ହୋଇଛି ଏବଂ ସାରା ବିଶ୍ୱରୁ ପ୍ରଶଂସା ସାଉଁଟିଛି । ‘ପ୍ରତ୍ୟେକ ଜୀବନ ମୂଲ୍ୟବାନ’ । ଏହା ହିଁ ହେଉଛି ଏହି ପରିବର୍ତନର ମୁଖ୍ୟ ଆଧାର । ଆମର ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ସଂପୃକ୍ତି ଗୁରୁତ୍ୱପୂ ଭୂମିକା ନେଇଛି । କୋଭିଡ-୧୯ ଆମ ସମସ୍ତଙ୍କ ପାଇଁ ଏକ ନୂଆ ବାସ୍ତବତା । ବାତ୍ୟା ଆସେ ଏବଂ ଯାଏ । କିନ୍ତୁ ଏହି ମହାମାରୀ ମାନବ ଜାତି ପାଇଁ ସଂକଟର ଦୁଇଟି ନୂଆ ଦିଗ ଆଣିଛି । ଗୋଟିଏ ଦିଗ ହେଉଛି– ଏହି ସଂକଟ କେତେବେଳେ ଆସିବ, କେତେବେଳେ ଯିବ, କେହି କହିପାରିବେ ନାହିଁ । ଦ୍ୱିତୀୟଟି ହେଉଛି– ଏହି ସଂକଟଟି କେତେବେଳେ କି ପ୍ରକାର ରୂପ ନେବ, ତାହା ମଧ୍ୟ ଆକଳନ କରିବା ଅସମ୍ଭବ । ବର୍ତର୍ମାନ ଆମ ପାଇଁ ସମୟ ଆସିଛି, ଆମକୁ ରାଜ୍ୟରେ ଜ୍ଞାନର ଏକ ବିସ୍ତୃତ ଭିତିିଭୂମି ପ୍ରସ୍ତୁତ କରିବାକୁ ହେବ, ଯାହାଦ୍ୱାରା କି ଆମେ ସମସ୍ତେ ନିଜକୁ ଜଣେ ଜଣେ ଯୋଦ୍ଧା ଭାବରେ ଗଢିପାରିବା । ଆଜି ଆମେ ସୁଦୂର ଭବିଷ୍ୟତକୁ ଦୃଷ୍ଟିରେ ରଖି ନିଷ୍ପତି ଗ୍ରହଣ କରୁଛୁ । ଜଣାଶୁଣା ଜରୁରୀ ପରିସ୍ଥିତିର ଆମେ କିପରି ସମ୍ମୁଖୀନ ହେବା ଏବଂ ତାସହିତ ଅଜଣାଅଶୁଣା ପରିସ୍ଥିତିର କିପରି ମୁକାବିଲା କରିବାକୁ ହେବ, ସେ ବିଷୟରେ ଆମେ ଆମର ସବୁ ଲୋକଙ୍କୁ ପ୍ରସ୍ତୁତ କରିବା ପାଇଁ ନିଷ୍ପତିି କରିଛୁ । ବର୍ତର୍ମାନଠାରୁ ପ୍ରତି ହାଇସ୍କୁଲ ଓ କଲେଜ ଛାତ୍ରଛାତ୍ରୀମାନେ ମହାମାରୀ ପରିଚାଳନା ଠାରୁ ଆରମ୍ଭ କରି ପ୍ରାକୃତିକ ବିପର୍ଯ୍ୟୟ ପର୍ଯନ୍ତ ସବୁ ବିଷୟରେ ଜ୍ଞାନ ଆହରଣ କରିବେ ଏବଂ ଏହା ସେମାନଙ୍କ ପାଠ୍ୟକ୍ରମର ଅଂଶବିଶେଷ ହେବ । ମହାମାରୀ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାର ବିଭିନ୍ନ ମୌଳିକ ଦିଗ ଉପରେ ପ୍ରତି ସରକାରୀ କର୍ମଚାରୀଙ୍କୁ ତାଲିମ ଦିଆଯିବ । ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାର ପରିଚାଳନା, ସରକାରୀ ଚାକିରୀ ଓ ନିଯୁକ୍ତି ପାଇଁ ଏକ ବାଧ୍ୟତାମୂଳକ ବିଷୟ ହେବ । ବିପର୍ଯ୍ୟୟ ସମୟରେ ଆମର ନିର୍ବାଚିତ ପ୍ରତିନିଧିଙ୍କର ଭୂମିକା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ତେଣୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ୱାର୍ଡ ମେମ୍ବର ପର୍ଯ୍ୟନ୍ତ ସବୁ ନିର୍ବାଚିତ ପ୍ରତିନିଧି ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ବିଷୟରେ ତାଲିମ ନେବେ । ଆମର ମିଶନ ଶକ୍ତି ଗୋଷ୍ଠୀ, ବନ ସୁରକ୍ଷା ସମିତି ଓ ଅନ୍ୟ ଗୋଷ୍ଠୀଭିତିକ ସଂଗଠନ ଗୁଡିକୁ ମଧ୍ୟ ଏ ସଂପର୍କରେ ତାଲିମ ଦିଆଯିବ । ଏହି ଲକ୍ଷ୍ୟ ପୂରଣ ପାଇଁ ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ରାଜ୍ୟର ଜନସାଧାରଣଙ୍କୁ ବିପର୍ଯ୍ୟୟ ଓ ମହାମାରୀ ପରିଚାଳନା ସଂପର୍କରେ ଉପଯୁକ୍ତ ଜ୍ଞାନ ଓ ଦକ୍ଷତାରେ ସଶକ୍ତ କରିବା ପାଇଁ ଏକ ସୁବ୍ୟବସ୍ଥିତ ତଥା ବିସ୍ତୃତ ତାଲିମ କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ସଂକଳ୍ପ ପାରିତ କରୁଅଛି । ଏହା ଓଡିଶାକୁ ବିପର୍ଯ୍ୟୟ ପରିଚାଳନାରେ ଏକ ଅଗ୍ରଣୀ ରାଜ୍ୟ ଭାବରେ ଗଢିତୋଳିବା ଏବଂ ବିପର୍ଯ୍ୟୟ – ଏହା ଜୈବିକ ବା ଜଳବାୟୁ ଜନିତ – ଯାହା ବି ହେଉ, ତାର ମୁକାବିଲା ପାଇଁ ଓଡିଶା ଭବିଷ୍ୟତରେ ସବୁବେଳେ ପ୍ରସ୍ତୁତ ରହିବ । ଏ ସଂପର୍କରେ ମୁଖ୍ୟତଃ ଆମର ଲକ୍ଷ୍ୟ ହେଉଛି ଯେକୌଣସି ବିପର୍ଯ୍ୟୟର ସମ୍ମୁଖୀନ ହେବା ପାଇଁ ଓଡିଶାର ଘରେ ଘରେ ଯୋଦ୍ଧା ସୃଷ୍ଟି କରିବା । ଏହି ମିଶନକୁ ଆଗେଇ ନେଇ ଓଡିଶାକୁ ପ୍ରାକୃତିକ ବିପର୍ଯ୍ୟୟ ଓ ମହାମାରୀ ପ୍ରତିରୋଧୀ ରାଜ୍ୟ ଭାବରେ ଗଢିତୋଳିବା ପାଇଁ ଏକ ଟାସ୍କଫୋର୍ସ ଗଠନ କରାଯିବ । ଭବିଷ୍ୟତରେ ଯେକୌଣସି ଜରୁରୀ ପରିସ୍ଥିତି ପାଇଁ ଏହା ହେବ ଆମର ସର୍ବ ବୃହତ ପ୍ରସ୍ତୁତି । ଓଡ଼ିଶା ସମାଚାର

About admin

Check Also

ଶିକ୍ଷାବିତ ପୁରୁଷୋତମ ସ୍ୱାଇଁ ଙ୍କ ପରଲୋକ

ରଘୁନାଥପୁର, ୦୭/୧୨/୨୦୨୧(ଓଡ଼ିଶା ସମାଚାର)- ରଘୁନାଥପୁର ବ୍ଲକ୍ ଗୁଆଳିପୁର ପଂଚାୟତ କୁର୍ତାଙ୍ଗ ଗ୍ରାମର ସୁନାମଧନ୍ୟ ଶିକ୍ଷକ ପୁରୁଷୋତମ ସ୍ୱାଇଁ ଙ୍କ ୬୭ …

Leave a Reply

Your email address will not be published. Required fields are marked *