Sunday , October 1 2023
Home / ତାଜା ଖବର / ଆଉ ୮,୭୩୫ କରୋନା ସଂକ୍ରମିତ ଚିହ୍ନଟ – ୩୭ ମୃତ

ଆଉ ୮,୭୩୫ କରୋନା ସଂକ୍ରମିତ ଚିହ୍ନଟ – ୩୭ ମୃତ

ଭୁବନେଶ୍ୱର,୦୧/୦୬/୨୦୨୧(ଓଡ଼ିଶା ସମାଚାର/ଲିପ୍ସା ମିଶ୍ର )- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮,୭୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪,୮୯୨ ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୩,୮୪୩ ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୫୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬୬ଜଣ, ବରଗଡ଼ ଜିଲ୍ଲାରୁ ୧୯୩ଜଣ, ଭଦ୍ରକ ଜିଲ୍ଲାରୁ ୧୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୯ଜଣ, ବୌଦ୍ଧ ଜିଲ୍ଲାରୁ ୧୩୭ଜଣ, କଟକ ଜିଲ୍ଲାରୁ ୬୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୬୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୦୩ଜଣ, ଗଜପତି ଜିଲ୍ଲାରୁ ୮୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮୨ଜଣ, ଯାଜପୁର ଜିଲ୍ଲାରୁ ୫୦୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭୭ଜଣ, କନ୍ଧମାଳ ଜିଲ୍ଲାରୁ ୬୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୨୨ଜଣ, କୋରପୁଟ ଜିଲ୍ଲାରୁ ୨୫୫ଜଣ, ମାଲକାନଗିରି ଜିଲ୍ଲାରୁ ୯୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬୪ଜଣ, ନୟାଗଡ଼ ଜିଲ୍ଲାରୁ ୨୮୫ଜଣ, ନୂଆପଡ଼ା ଜିଲ୍ଲାରୁ ୪୦ଜଣ, ପୁରୀ ଜିଲ୍ଲାରୁ ୪୬୭ଜଣ, ରାୟଗଡ଼ା ଜିଲ୍ଲାରୁ ୯୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୭ଜଣ, ସୋନପୁର ଜିଲ୍ଲାରୁ ୧୫୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୪ଜଣ, ଷ୍ଟେଟ୍ ପୁଲ୍ ରୁ ୨୨୦ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭,୬୪୯୯୭ କୁ ବୃଦ୍ଧି ପାଇଛି ।
ଅନ୍ୟପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିଭଳି ଝାରସୁଗୁଡ଼ା, ଖୋର୍ଦ୍ଧା, ନବରଙ୍ଗପୁର, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ନୂଆପଡ଼ା , ରାୟଗଡ଼ା, ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, ଗଜପତି, ଗଞ୍ଜାମ, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସେମାନଙ୍କ ମଧ୍ୟରେ ୨୯ ଜଣ ପୁରୁଷ ଓ ୮ ଜଣ ମହିଳା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ .୭୩,୭୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬,୮୦,୯୩୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୭୯୧କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟରୋଗରେ ମୃତ୍ୟୁ ହୋଇଛି । ଆଉ ୮୯,୯୫୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ୧୧୮୩୫୩୬୫ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *