ଭୁବନେଶ୍ୱର,୦୨/୦୬/୨୦୨୧(ଓଡ଼ିଶା ସମାଚାର / ଲିପ୍ସା ମିଶ୍ର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮,୩୯୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪,୭୪୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୬୫୮ ଜଣ ସ୍ଥାନୀୟ ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୬୮, ବାଲେଶ୍ୱରରୁ ୨୪୦, ଭଦ୍ରକରୁ ୧୪୭, ବଲାଙ୍ଗୀରରୁ ୧୧୬, ବୌଦ୍ଧରୁ ୧୬୬, ୭. କଟକରୁ ୭୬୬, ଦେବଗଡରୁ ୮୧, ଢେଙ୍କାନାଳରୁ ୪୫୧, ହଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାୟପୁର ରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେନ୍ଦୁଝରରୁ ୧୮୬, ଖୋର୍ଦ୍ଧାରୁ ୧୧୦୨, କୋରାପୁଟରୁ ୧୭୮, ମାଲକାନଗିରିରୁ ୧୨୮, ମୟରୁଭଞ୍ଜରୁ ୪୫୮, ନବରଙ୍ଗପୁରରୁ ୨୦୦, ନୟାଗଡରୁ ୨୨୩, ନୂଆପାଡରୁ ୩୪, ପୁରୀରୁ ୪୭୫, ରାୟଗଡାରୁ ୨୯୨, ସମ୍ୱଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡରୁ ୪୭୭ , ଷ୍ଟେଟପୁଲ ରୁ୧୮୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ,୮୨,୧୩୧ କୁ ବୃଦ୍ଧି ପାଇଛି ।
ଅନ୍ୟ ପକ୍ଷରେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ଧରୁନି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି । ଏହା ଦୈନିକ ମୃତ୍ୟୁ ସଂଖ୍ୟା ହିସାବରେ ସର୍ବାଧିକ । ମୃତକଙ୍କ ମଧ୍ୟରେ ୩୧ ଜଣ ପୁରୁଷ ଓ ୯ ଜଣ ମହିଳା । ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣଙ୍କ ଲେଖା ମୃତ୍ୟୁ ବରଣ କରିଥିବା ବେଳେ ଝାରସୁଗୁଡାରୁ ୪, ବୌଦ୍ଧ ଓ ରାୟଗଡାରୁ ୩ ଜଣ ଲେଖା ମୃତ୍ୟୁ ବରଣ କରିଛନ୍ତି । ସେହିପରି ସମ୍ବଲପୁର ଓ ନବରଙ୍ଗପୁର, ଦେଓଗଡରୁ ୨ ଜଣ ଲେଖା ମୃତ୍ୟୁ ବରଣ କରିଥିବା ବେଳେ ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖା ମୃତୃ୍ୟୁ ବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୮୨୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୯୨୦୨୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୮୭୨୨୦୮୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ରାଜ୍ୟରେ ୧୧୯୦୨୦୪୮ ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର