ଭୁବନେଶ୍ୱର,୦୩/୦୬/୨୦୨୧(ଓଡ଼ିଶା ସମାଚାର / ଲିପ୍ସା ମିଶ୍ର)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮,୮୩୯ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪,୯୪୮ଜଣ ସଙ୍ଗରୋଧ କେନ୍ଦ୍ର ରୁ ଚିହ୍ନଟ ହୋଇଥିବା ବେଳେ ୩,୮୯୧ଜଣ ସ୍ଥାନୀୟ ଅଂଚଳର ବାସିନ୍ଦା । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯୫ଜଣ, ବରଗଡ଼ ଜିଲ୍ଲାରୁ ୧୯୩ଜଣ, ଭଦ୍ରକ ଜିଲ୍ଲାରୁ ୪୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୧୭୯ଜଣ, କଟକ ଜିଲ୍ଲାରୁ ୭୬୯ଜଣ, ଦେଓଗଡ଼ ଜିଲ୍ଲାରୁ ୮୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୧୦ଜଣ, ଗଜପତି ଜିଲ୍ଲାରୁ ୫୨ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୧୭ଜଣ, ଯାଜପୁର ଜିଲ୍ଲାରୁ ୪୯୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪୫ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୦୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୩୫ଜଣ, କୋରାପୁଟ ଜିଲ୍ଲାରୁ ୯୯ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୮୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨୯ଜଣ, ନୟାଗଡ଼ ଜିଲ୍ଲାରୁ ୨୪୬ଜଣ, ନୂଆପଡ଼ା ଜିଲ୍ଲାରୁ ୩୪ଜଣ, ପୁରୀ ଜିଲ୍ଲାରୁ ୪୩୮ଜଣ, ରାୟଗଡ଼ା ଜିଲ୍ଲାରୁ ୨୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୯୪ଜଣ, ସୋନପୁର ଜିଲ୍ଲାରୁ ୧୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୩୮ଜଣ, ଷ୍ଟେଟ୍ ପୁଲ୍ ରୁ ୨୦୦ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା .୯୦,୯୭୦ରେ ପହଞ୍ଚିଛି ।
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୨ ଜଣ କରୋନା ଆକ୍ରାନ୍ତ ଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩୪ ଜଣ ପୁରୁଷ ଓ ୮ ଜଣ ମହିଳା । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ହୋଇଥିବା ବେଳେ କଳାହାଣ୍ଡି, କଟକ ଜିଲ୍ଲାରୁ ୪ଜଣ ରହିଛନ୍ତି । ବୌଦ୍ଧ , ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର , ଦେଓଗଡ଼, ଗଜପତି, କେନ୍ଦ୍ରାପଡ଼ା ନବରଙ୍ଗପୁର, ରାୟଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ , ଗଞ୍ଜାମ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଛି ।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭ ,୯୦,୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭ ,୦୨,୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଆଉ ୮୫୪୨୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୯୭୨୨୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓଡ଼ିଶା ସମାଚାର