Monday , March 27 2023
Breaking News
Home / ବିଶେଷ / ଜାତୀୟ ସାମାଜିକ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା ମିଳିବ

ଜାତୀୟ ସାମାଜିକ ସୁରକ୍ଷା ଯୋଜନା ହିତାଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା ମିଳିବ

ଭୁବନେଶ୍ୱର,୦୪/୦୬/୨୦୨୧(ଓଡ଼ିଶା ସମାଚାର)- ଜାତୀୟ ସାମାଜିକ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ଥିବା ହିତାଧିକାରୀଙ୍କୁ ୩ ମାସର ଆଗୁଆ ଭତ୍ତା ପ୍ରଦାନ କରାଯିବ । ଏ ନେଇ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି । ହିତାଧୀକାରୀମାନେ ଘରେ ରହି ସେମାନଙ୍କର ଜୁନ୍, ଜୁଲାଇ ଏବଂ ଅଗଷ୍ଟ ମାସର ଭତ୍ତା ଆଗୁଆ ପାଇବେ । ମଧୁବାବୁ ପେନସନ ଯୋଜନାରେ ଥିବା ହିତାଧିକାରୀଙ୍କୁ ମଧ୍ୟ ଆଗୁଆ ଭତ୍ତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି । ଦେଢ ଲକ୍ଷ ହିତାଧିକାରୀଙ୍କୁ ଇ-ପେମେଣ୍ଟ ଜରିଆରେ ଭତ୍ତା ପ୍ରଦାନ କରାଯିବ । ଅନ୍ୟ ସମସ୍ତଙ୍କୁ ଘରେ ପେନସନ ଦିଆଯିବ ବୋଲି ମଧ୍ୟ ମନ୍ତ୍ରୀ ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର

Leave a Reply

Your email address will not be published.