Wednesday , December 1 2021
Breaking News
Home / ତାଜା ଖବର / ୭,୭୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ – ୩୯ ମୃତ

୭,୭୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ – ୩୯ ମୃତ

ଭୁବନେଶ୍ୱର,୦୪/୦୬/୨୦୨୧(ଓଡ଼ିଶା ସମାଚାର/ଜ୍ୟୋତିସ୍ମିତା ପଣ୍ଡା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭,୭୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪,୩୩୧ଜଣ ସଙ୍ଗରୋଧ କେନ୍ଦ୍ରରେ ଚିହ୍ନଟ ହୋଇଥିବା ବେଳେ ୩,୩୯୮ଜଣ ସ୍ଥାନୀୟ ବାସିନ୍ଦା ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨୬ଜଣ, ବରଗଡ଼ ଜିଲ୍ଲାରୁ ୧୮୯ଜଣ, ଭଦ୍ରକ ଜିଲ୍ଲାରୁ ୨୮୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୧ଜଣ, ବୌଦ୍ଧ ଜିଲ୍ଲାରୁ ୧୨୮ଜଣ, କଟକ ଜିଲ୍ଲାରୁ ୭୨୦ଜଣ, ଦେଓଗଡ଼ ଜିଲ୍ଲାରୁ ୭୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୨ଜଣ, ଗଜପତି ଜିଲ୍ଲାରୁ ୬୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୫୫ଜଣ, ଯାଜପୁର ଜିଲ୍ଲାରୁ ୩୮୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୭ଜଣ, କନ୍ଧମାଳ ଜିଲ୍ଲାରୁ ୫୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୬୨ଜଣ, କୋରାପୁଟ ଜିଲ୍ଲାରୁ ୧୮୫ଜଣ, ମାଲକାନଗିରି ଜିଲ୍ଲାରୁ ୧୦୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧୯ଜଣ, ନୟାଗଡ଼ ଜିଲ୍ଲାରୁ ୨୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୩୩୩ଜଣ, ରାୟଗଡ଼ା ଜିଲ୍ଲାରୁ ୩୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୬୧ଜଣ, ସୋନପୁର ଜିଲ୍ଲାରୁ ୬୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭୦ଜଣ, ଷ୍ଟେଟ୍ ପୁଲ୍ ରୁ ୧୮୮ଜଣ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୮୬୯୯ କୁ ବୃଦ୍ଧି ପାଇଛି
ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ୨୭ ଜଣ ପୁରୁଷ ଓ ୧୨ ଜଣ ମହିଳା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୯୮୬୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୩୦୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କରୋନା ରେ ୨୯୧୨ଜଣ ଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣ କରୋନା ସଂଙ୍କ୍ରମିତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି । ୮୨୬୭୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧିନ ଅଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୦୪୦୮୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।ଓଡ଼ିଶା ସମାଚାର

About admin

Check Also

ବିଦ୍ୟୁତ ଖୁଣ୍ଟରେ ପିଟିହୋଇ ବାଇକ ଚାଳକ ମୃତ

ଭୁବନ,୨୯/୧୧/୨୦୨୧(ଓଡ଼ିଶା ସମାଚାର)- ଆଜି ସକାଳ ୮ ଘଟିକା ସମୟରେ ଜଣେ ବାଇକ ଚାଳକ ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ପିଟିହୋଇ …

Leave a Reply

Your email address will not be published. Required fields are marked *